ଆଜି ଅନୁଗୁଳ ଜିଲ୍ଲାରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବାପରେ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ ରେ ପହଁଚିଲା।ଛେଣ୍ଡିପଦା ବ୍ଲକ ଅଂଚଳର ୩ ଜଣ ଓ ତାଳଚେର ବ୍ଲକ ଅଂଚଳର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ତାଳଚେର କୋଭିଡ ହସ୍ପିଟାଲ କୁ ସ୍ଥାନାନ୍ତର କରାଯିବ। ଏ ସମସ୍ତ ସୂଚନା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ସେଠି ପ୍ରଦାନ କରିଛନ୍ତି।