Webportal

ନବମ-ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ, ବଦଳିଲା ପୋଷାକ ରଙ୍ଗ

sanitry
0 121

ନବମ-ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ୟୁନିଫର୍ମ, ବଦଳିଲା ପୋଷାକ ରଙ୍ଗ।ଏଣିକି ନବମ-ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟ ମିଳିବ ମାଗଣା ୟୁନିଫର୍ମ। ‘ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ’ ଯୋଜନାରେ ହାଇସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଏହି ଯୋଜନାର ସୁବିଧା ପାଇପାରିବେ। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଭଳି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ସ୍କୁଲ ୟନିଫର୍ମ ଦିଆଯିବ। ଧଳା ଓ ଘନନୀଳ ବଦଳରେ ଏଣିକି ସେମାନେ ‘ହଣ୍ଟର ଗ୍ରିନ୍‌’ ରଙ୍ଗର ପୋଷାକ ପିନ୍ଧିବେ। ଛାତ୍ରଙ୍କ ପାଇଁ ଫୁଲ୍‌ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡ଼ିଦାର-ପଞ୍ଜାବୀ ସହ ଜ୍ୟାକେଟ୍‌ ପୋଷାକ ରହିଛି। ଡ୍ରେସ୍‌ରେ ଏକ ଲୋଗୋ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ରହିବ। ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ।ସେହିପରି ଶନିବାର ବିଭିନ୍ନ କ୍ଲବର କାର୍ଯ୍ୟକଳାପ ରହିଥିବାରୁ ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍‌ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ। ୧୦୦ରୁ ଅଧିକ ଛାତ୍ରଛାତ୍ରୀ ରହିଥିବା ବିଦ୍ୟାଳୟର ପିଲାମାନେ ୪ଟି ରଙ୍ଗ ଏବଂ ଶହେରୁ ଅଧିକ ପିଲା ରହିଥିଲେ ଦୁଇଟି ରଙ୍ଗର ଡ୍ରେସ୍‌ ପିନ୍ଧିବେ। ଛାତ୍ରଛାତ୍ରୀଙ୍କ ପାଇଁ କଳା ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି।ଜଣେ ଛାତ୍ରଛାତ୍ରୀଙ୍କୁ ବର୍ଷକ ପାଇଁ ୫୫୦ ଟଙ୍କାରେ ଦୁଇହଳ ପୋଷାକ, ୨୦୦ ଟଙ୍କାରେ ହଳେ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍‌ ପ୍ୟାଣ୍ଟ ଯୋଗାଇ ଦିଆଯିବ। ଜଣେ ପିଲା ପିଛା ମୋଟ ଏକ ହଜାର ଟଙ୍କା ଖର୍ଚ୍ଚ କରିବାକୁ ଧାର୍ଯ୍ୟ ହୋଇଛି। ପିଲାଙ୍କ ପାଇଁ ଆବଶ୍ୟକ ଅର୍ଥ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସ୍କୁଲ ପରିଚାଳନା କମିଟିର ମିଳିତ ଆକାଉଣ୍ଟକୁ ପଠାଯିବ। ସେମାନେ ଧାର୍ଯ୍ୟ ସମୟରେ ୟୁନିଫର୍ମ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରିବେ।

Square Ad 1
Leave A Reply

Your email address will not be published.