Webportal

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ

sanitry
0 102

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ଜୁଲାଇ ୨୫ରୁ ୨୭ ଯାଏଁ ଓଡ଼ିଶାରେ ରହିବେ। ଏହି ସମୟରେ ସେ ବିଭିନ୍ନ ସ୍ଥାନରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ।

ରାଷ୍ଟ୍ରପତି ଜୁଲାଇ ୨୫ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ରାତିରେ ସେ ରାଜଭବନରେ ରହିବେ। ସେ ଜୁଲାଇ ୨୬ ତାରିଖରେ କଟକସ୍ଥିତ ଜାତୀୟ ଆଇନ୍‌ ବିଶ୍ବବିଦ୍ୟାଳୟରେ ଆୟୋଜନ ହେବାକୁ ଥିବା ୧୦ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିପରି ସେ ୨୭ ତାରିଖରେ ପ୍ରଜାପିତା ବ୍ରହ୍ମାକୁମାରୀ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ‌ଯୋଗଦେବେ।

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ। ଏହାସହ ୩ଟି କ୍ୱିକ୍ ରେସପନ୍ସ ଟିମ୍, ୨ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ମୁତୟନ ରହିବେ। ସେହିଭଳି ୧୨ ଆଡିସିନାଲ ଡିସିପି, ୨୫ ଜଣ ଏସପି, ୪୦ ଜଣ ଇନସପେକ୍ଟର, ୧୨୦ ଜଣ ଏସଆଇ ଓ ଏଏସଆଇ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ନିୟୋଜିତ ରହିବେ । ସେହିଭଳି ୧୬୦ ଟ୍ରାଫିକ କର୍ମଚାରୀ ଓ ୧୫୦ ହୋମଗାର୍ଡ, ଅଗ୍ନିଶମ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।

Square Ad 1
Leave A Reply

Your email address will not be published.