Webportal

ଜାନୁଆରି ୧ରୁ ସମସ୍ତଙ୍କ ପାଇଁ ଶ୍ରୀମନ୍ଦିର ଭିତରକୁ ମୋବାଇଲ ମନା

sanitry
0 145

ଆସନ୍ତା ଜାନୁଆରି ୧ ତାରିଖ ଠାରୁ ଶ୍ରୀମନ୍ଦିର ଭିତରକୁ କେହିବି ମୋବାଇଲ ଫୋନ୍‌ ନେଇପାରିବେ ନାହିଁ। ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ସାଧାରଣ ଦର୍ଶକଙ୍କ ପାଇଁ ମୋବାଇଲ ଫୋନ୍‌ କଟକଣା ଥିବା ବେଳେ ଏବେ ପୁଲିସ, ସେବାୟତ ଓ କର୍ମଚାରୀଙ୍କୁ ମଧ୍ୟ ବାରଣ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଜି ଏହି ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁସାରେ ଆସନ୍ତା ଜାନୁଆରି ୧ ତାରିଖ ଠାରୁ ଶ୍ରୀମନ୍ଦିର ଭିତରକୁ କେହିବି ମୋବାଇଲ ଫୋନ୍‌ ନେଇପାରିବେ ନାହିଁ। ସେବାୟତ ଓ କର୍ମଚାରୀମାନେ ମଧ୍ୟ ମୋବାଇଲ ଫୋନ୍‌ ଶ୍ରୀମନ୍ଦିର ଭିତରକୁ ନେଇ ପାରିବେ ନାହିଁ। ମନ୍ଦିର ଭିତରକୁ ପ୍ରବେଶ କରିବା ପୂର୍ବରୁ ଜନସାଧାରଣ, ପୁଲିସ,‌ ସେବାୟତ ଓ କର୍ମଚାରୀଙ୍କୁ ମୋବାଇଲ ଫୋନ୍‌ ବାହାରେ ରଖିବାକୁ ପଡ଼ିବ। ମୋବାଇଲ ରଖିବା ପାଇଁ ସିଂହଦ୍ବାର ଓ ଦକ୍ଷିଣ ଦ୍ବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ନିୟମ ଉଲ୍ଲଂଘନ କରି ଯେଉଁମାନେ ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେଇକି ‌ଯିବେ, ସେମାନଙ୍କ ବିରୋଧରେ କଡ଼ାକାର୍ଯ୍ୟାନୁଷ୍ଠାନ ନିଆଯିବ।

Square Ad 1
Leave A Reply

Your email address will not be published.