Webportal

ନିଖୋଜ ନାବାଳକ ର ମୃତଦେହ ଉଦ୍ଧାର; ବଳି ସନ୍ଦେହ: ପୋଲିସ ଗାଡି ଜାଳୀଦେଲେ ଲୋକେ

ବଳି ଭଳି ଜଘନ୍ୟ ପ୍ରଥା ବିରୁଦ୍ଧରେ ସଚେତନ କରାଇବାରେ ସମସ୍ତ୍ ସରକାର ବିଫଳ

sanitry
0 127

ଆଠମଲ୍ଲିକ ବାରିଣୀ ଜଙ୍ଗଲରୁ ନାବାଳକଙ୍କ କ୍ଷତ ବିକ୍ଷତ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । ନାବାଳକ ଜଣଙ୍କ ଗୋଡ଼ ହାତ ଆଦି ନଥିବା ବେଳେ ବଳି ଦିଆ ଯାଇଥିବା ସନ୍ଦେହ କରାଯାଉଛି । ସୂଚନା ଅନୁସାରେ ଗତ ୨୩ ତାରିଖରେ ବାସନ୍ତୀ ବିଶ୍ୱାଳ ନାମକ ଜଣେ ମହିଳାଙ୍କ ୧୪ ବର୍ଷୀୟ ପୁଅ ସଞ୍ଜିତ ବିଶ୍ବାଳଙ୍କ ଦେହ ସବୁବେଳେ ଖରାପ ରହୁଥିବାରୁ ଟୁସର ଗାଁକୁ ଆସିଥିଲେ । ସେଠାରେ ଥିବା ମା ମଙ୍ଗଳ ପ୍ରତ୍ୟକ୍ଷ ଥିବାରୁ ପୂଜାର୍ଚ୍ଚନା କରିବା ସହ ରାତିରେ ମଙ୍ଗଳା କୋଠିରେ ମା-ପୁଅ ଅଧିଆ ପଡ଼ିଥିଲେ । ରାତିରେ ଶୋଇଥିବା ବେଳେ ସକାଳୁ ଉଠି ବାସନ୍ତୀ ଦେଖିବା ବେଳକୁ ତାଙ୍କ ପୁଅ ନଥିଲେ । ଖୋଜାଖୋଜି କରିବା ପରେ ମଧ୍ୟ ପୁଅ ସଞ୍ଜିତ ନ ମିଳିବା ପରେ କିଆକଟା ଥାନାରେ ପୁଅ ନିଖୋଜ ନେଇ ଅଭିଯୋଗ କରିଥିଲେ । ତେବେ ଆଜି ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା । ମୃତ ଦେହ ଝୁଲୁଥିବା ବେଳେ ତାର ଗୋଡ଼ ଓ ହାତ ନଥିଲା । ଯାହାକୁ ଦେଖି ଏହା ବଳି ପାଇଁ ହତ୍ୟା କରା ଯାଇଥିବା ସନ୍ଦେହ କରା ଯାଉଛି । ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକ ବାରିଣୀ ଛକଠାରେ ଆଠମଲ୍ଲିକ-କିଆକଟା ରାସ୍ତା ଅବରୋଧ କରିଥିଲେ। ରାସ୍ତାରୋକ ସମୟରେ ପୋଲିସ ଗାଡି ଜାଳି ଦେଇଛନ୍ତି ଲୋକେ।

Square Ad 1
Leave A Reply

Your email address will not be published.